ଆଉ ୧୦ ପଜିଟିଭ୍ ଚିହ୍ନଟ, ରାଜ୍ୟରେ ୩୬୨ ରେ ପହଞ୍ଚିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ଵର : ରାଜ୍ୟରେ ଆଉ ୧୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୬୨କୁ ବୃଦ୍ଧି ପାଇଛି । ବର୍ତ୍ତମାନ ଚିହ୍ନଟ ହୋଇଥିବା ୧୦ ଆକ୍ରାନ୍ତଙ୍କ ମଧ୍ୟରେ ଭଦ୍ରକରୁ ୬ ଜଣ ଏବହ ଯାଜପୁରରୁ ୪ ଜଣ ରହିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ଚିହ୍ନଟ ହୋଇଥିବା ୪ ଜଣଙ୍କୁ ମିଶାଇ  ଯାଜପୁରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୯କୁ ବୃଦ୍ଧି ପାଇଛି । ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨ ଜଣ କଲିକତା ଲିଙ୍କରେ ଥିବା ବେଳେ ଅନ୍ୟ ୨ ଜଣ ସୁରତ ଫେରନ୍ତା ବୋଲି ଜଣାପଡ଼ିଛି ।

ଅନ୍ୟପଟେ ଭଦ୍ରକ ଜିଲ୍ଲାରେ ଆଉ ୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ଭଦ୍ରକରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୧କୁ ବୃଦ୍ଧି ପାଇଛି । ଆଜି ସକାଳେ ରାଜ୍ୟରେ ୫୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୬୨ରେ ପହଞ୍ଚିଛି । ଏଥି ମଧ୍ୟରୁ ୬୮ ଜଣ ସୁସ୍ଥ ହୋଇଥିବା ବେଳେ ୩ ଜଣଙ୍କର ମୃତ୍ୟୁ ହୋଇଛି । ବର୍ତ୍ତମାନ ୨୯୧ ଜଣ କରୋନା ଆକ୍ରାନ୍ତ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ।

Comments are closed.