କୋଭିଡ୍‌-୧୯: ଓଡ଼ିଶାରେ ସଂକ୍ରମିତ ୭୩, ସୁସ୍ଥ ୩୭

ଭୁବନେଶ୍ବର: ଗତକାଲି ମଧ୍ୟରାତ୍ରିରୁ ଆଜି ସୁଦ୍ଧା ଓଡ଼ିଶାରେ ମୋଟ ୨୫୧୦୩ଟି ନମୁନା କୋଭିଡ୍‌-୧୯ ପରୀକ୍ଷା କରାଯାଇଛି। ବର୍ତ୍ତମାନ ସୁଦ୍ଧା ସମୁଦାୟ ୧୧୧ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ୩୭ ଜଣ ରୋଗୀ ସଂପୂର୍ଣ୍ଣ ସୁସ୍ଥ ହୋଇଛନ୍ତି/ଡାକ୍ତରଖାନାରୁ ଫେରିଛନ୍ତି। ଜଣେ କୋଭିଡ୍‌-୧୯ ରୋଗୀଙ୍କର ମୃତୁ୍ୟ ହୋଇଛି। ସକ୍ରିୟ ଥିବା ସଂକ୍ରମିତଙ୍କ ସଂଖ୍ୟା ୭୩ ରହିଛି। ୧୬୪ ଜଣ ହସ୍‌ପିଟାଲ୍‌ ଆଇସୋଲେସନ୍‌ରେ ଅଛନ୍ତି । ରାଜ୍ୟରେ ୨୪ଘଣ୍ଟା ମଧ୍ୟରେ ୮ଟି କୋଭିଡ୍‌-୧୯ ପଜିଟିଭ୍‌ ଚିହ୍ନଟ କରାଯାଇଛି ବୋଲି ରାଜ୍ୟ ସରକାରଙ୍କ ମୁଖପାତ୍ର ସୁବ୍ରତ ବାଗ୍‌ଚୀ ସୂଚନା ଦେଇଛନ୍ତି।

Comments are closed.