କୋଭିଡ୍‌-୧୯ ନିୟମ ଉଲ୍ଲଙ୍ଘନ: ୨୪ଘଣ୍ଟାରେ ୧୪୧ ଗିରଫ

ଭୁବନେଶ୍ବର: ରାଜ୍ୟରେ କୋଭିଡ୍‌-୧୯ ନିୟମ ଏବଂ ମାର୍ଗଦର୍ଶିକା ଉଲ୍ଲଙ୍ଘନ କରିଥିବା ଅଭିଯୋଗରେ ୨୪ ଘଣ୍ଟା ମଧ୍ୟରେ ୧୫ଟି ମାମଲା ଦାୟର କରାଯାଇଛି। ସେଥିମଧ୍ୟରୁ ୧୨ଟି ମାମଲା ଲକ୍‌ ଡାଉନ୍‌ ସଂପର୍କିତ ହୋଇଥିବାବେଳେ, ୧ଟି ହୋମ୍‌ କ୍ୱାରାଣ୍ଟାଇନ୍‌ ଉଲ୍ଲଙ୍ଘନ, ୧ଟି ଗୁଜବ ପ୍ରଚାର ଏବଂ ୧ଟି ଅନ୍ୟାନ୍ୟ କାରଣ ପାଇଁ ଅଟେ। ବିଭିନ୍ନ ଅଭିଯୋଗରେ ୧୪୧ ଜଣଙ୍କୁ ଗିରଫ କରାଯାଇଛି ବୋଲି ବୋଲି ସୂଚନା ଓ ଲୋକସଂପର୍କ ବିଭାଗ ଶାସନ ସଚିବ ସଂଜୟ କୁମାର ସିଂ ସୂଚନା ଦେଇଛନ୍ତି।
ଓଡ଼ିଶାରେ ୧,୩୧,୫୯୫ କରୋନା ଭୂତାଣୁ ନମୁନା ପରୀକ୍ଷା: ମୋଟ ପଜିଟିଭ୍ ୧୫୧୭, ସୁସ୍ଥ ୬୪୯
ଗତକାଲି ମଧ୍ୟରାତ୍ରି ସୁଦ୍ଧା ଓଡ଼ିଶାରେ ୧,୩୧,୫୯୫ ଟି ନମୁନା କୋଭିଡ୍‌-୧୯ ପରୀକ୍ଷା କରାଯାଇଛି। ବର୍ତ୍ତମାନ ସୁଦ୍ଧା ସମୁଦାୟ ୧୫୧୭ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ୬୪୯ ଜଣ ରୋଗୀ ସଂପୂର୍ଣ୍ଣ ସୁସ୍ଥ ହୋଇଛନ୍ତି/ଡାକ୍ତରଖାନାରୁ ଫେରିଛନ୍ତି। ୭ ଜଣ କୋଭିଡ୍‌-୧୯ ରୋଗୀଙ୍କର ମୃତୁ୍ୟ ହୋଇଛି। ସକ୍ରିୟ ଥିବା ସଂକ୍ରମିତଙ୍କ ସଂଖ୍ୟା ୮୬୧ ରହିଛି। ୧୦୭୯ ଜଣ ହସ୍‌ପିଟାଲ୍‌ ଆଇସୋଲେସନ୍‌ରେ ଅଛନ୍ତି ବୋଲି ସୂଚନା ଓ ଲୋକସଂପର୍କ ବିଭାଗ ଶାସନ ସଚିବ ସଂଜୟ କୁମାର ସିଂ ସୂଚନା ଦେଇଛନ୍ତି।

Comments are closed.