ଦେଶରେ ଆଉ ପଜିଟିଭ ୧୩,୨୦୩ ; ମୃତ ୧୩୧

ନୂଆଦିଲ୍ଲୀ : ଦେଶରେ କରୋନା ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟାରେ ଲଗାତାର ହ୍ରାସ ହେଉଥିବା ଦେଖାଯାଉଛି। ଦିନକରେ ୧୩,୨୦୩ ନୂଆ ଆକ୍ରାନ୍ତ ଚିହ୍ନଟ ହେବା ସହ ମୋଟ ପଜିଟିଭଙ୍କ ସଂଖ୍ୟା ୧,୦୬,୬୭,୭୩୬କୁ ବୃଦ୍ଧି ପାଇଛି। ସେହିପରି ଚିକିତ୍ସାଧୀନ ଅବସ୍ଥାରେ ୧୩୧ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧,୫୩,୪୭୦ରେ ପହଞ୍ଚିଛି। ଦିନକରେ ୧୩, ୨୯୮ ଆକ୍ରାନ୍ତ ସୁସ୍ଥ ହୋଇ ଥିବା ବେଳେ ୧,୦୩,୩୦,୦୮୪ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୧,୮୪,୧୮୨ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳାୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

Comments
Loading...