ଦେଶରେ ଅଣାୟତ ହେଉଛି ସ୍ଥିତି : ଗତ ୨୪ ଘଣ୍ଟା ମଧ୍ୟରେ ରେକର୍ଡ ସଂଖ୍ୟକ ୨୮,୬୩୭ ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ :ଦିନକୁ ଦିନ ଭାରତରେ ଗମ୍ଭୀର ହେଉଛି କରୋନା ସ୍ଥିତି । ହୁ ହୁ ହୋଇ ଦେଶର ସଂକ୍ରମିତଙ୍କ ସଂଖ୍ୟା ବଢି ଚାଲିଛି । ଗତ ୨୪ ଘଣ୍ଟାରେ ଭାରତରେ ଦୈନିକ ସର୍ବାଧିକ ୨୮,୬୩୭ ଜଣ ସଂକ୍ରମିତ ହୋଇଥିବା ବେଳେ ୫୫୧ ଜଣ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୮,୪୯, ୫୫୩ ଛୁଇଁଥିବାନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ପ୍ରକାଶ ।


ଏଯାବତ୍ କରୋନାରେ ସଂକ୍ରମିତ ହୋଇ ପ୍ରାୟ ୨୯,୨୨,୮୫ ଜଣ ବ୍ୟକ୍ତି ଚିକିତ୍ସିତ ହେଉଥିବା ବେଳେ ୨୨,୬୭୪ ଜଣ ପ୍ରାଣ ହରାଇଛନ୍ତି । ୫,୩୪,୬୨୧ ଜଣ ଚିକିତ୍ସିତ ରୋଗୀ ସୁସ୍ଥ ହୋଇ ଘରକୁ ଫେରିଥିବା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ପ୍ରକାଶ କରାଯାଇଛି ।

ଏଯାବତ୍ ମହାରାଷ୍ଟ୍ରରେ ସର୍ବାଧିକ ୧୦,୧୧୬ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ଗୁଜରାଟରେ ୨୦୩୨, ଦିଲ୍ଲୀରେ ୩୩୩୪, ମଧ୍ୟ ପ୍ରଦେଶରେ ୬୪୪, ପଶ୍ଚିମବଙ୍ଗରେ ୯୦୬ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

Comments are closed.