କରୋନା ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର ସହାୟତା ଘୋଷଣା କଲା ସ୍ବରାଷ୍ଟ୍ର ମନ୍ତ୍ରଣାଳୟ

ନୂଆଦିଲ୍ଲୀ : କରୋନ ଭାଇରସରେ ମୃତ୍ୟୁ ବରଣ କରିଥିବା ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କରିଛନ୍ତି କେନ୍ଦ୍ର ଗୃହ ମନ୍ତ୍ରଣାଳୟ। ବର୍ତ୍ତମାନ ସୁଦ୍ଧା ଭାରତରେ ୮୫ ଜଣ କରୋନାରେ ଆକ୍ରାନ୍ତ ଥିବା ବେଳେ ୨ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି। ଭାରତରେ ୭୩ ଜଣ କରୋନା ଆକ୍ରାନ୍ତ ମେଡିକାଲରେ ଚିକିତ୍ସାଧୀନ ଥିବା ଜଣାପଡିଛି। ଏହାରି ମଧ୍ୟରେ କରୋନାକୁ ବିଜ୍ଞାପିତ ବିପର୍ଯ୍ୟୟ ଘୋଷଣା କରିଛନ୍ତି କେନ୍ଦ୍ର ସରକାର।

ବର୍ତ୍ତମାନ ଭାରତରେ କରୋନା ସଂକ୍ରମଣରେ ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ସେମାନଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର ସହାୟତା ମିଳିବ । ଏନେଇ କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ଘୋଷଣା କରାଯାଇଛି । ରାଜ୍ୟ ବିପର୍ଯ୍ୟୟ ଓ ପ୍ରଶମନ ପାଣ୍ଠିରୁ ସହାୟତା ରାଶି ଦେବା ପାଇଁ ନିଷ୍ପତ୍ତି ହୋଇଛି । କରୋନାରେ ମୃତ୍ୟୁ ହେଲେ ଏସଡିଆରଫରୁ ୪ ଲକ୍ଷ ଟଙ୍କାର ସହାୟତା ମିଳିବ । ରିଲିଫ୍ ବା ରୋଗୀ ସେବାରେ ନିୟୋଜିତ ସଂପୃକ୍ତ ବ୍ୟକ୍ତିଙ୍କ ମୃତ୍ୟୁ ହେଲେ ବି ଏହି ସହାୟତା ମିଳିବ ।

Comments are closed.