ରାଜ୍ୟରେ କରୋନା ନେଲା ଆଉ ୧୭ ଜୀବନ, ଭୁବନେଶ୍ବରରୁ ସର୍ବାଧିକ ୩ ମୃତ

ଭୁବନେଶ୍ବର: ରାଜ୍ୟରେ ଗୁରୁବାର କରୋନା ଆଉ ୧୭ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮୫୯କୁ ବୃଦ୍ଧି ହୋଇଛି। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ କରି ସୂଚନା ଦିଆଯାଇଛି।

ସୂଚନା ଅନୁଯାୟୀ, ଆଜି କରୋନାରେ ୧୭ ଜଣ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୪ ଜଣଙ୍କ ମୃତ୍ୟୁ ଘଟିଛି । ଖୋର୍ଦ୍ଧା ଜିଲାରୁ ୪ ଜଣ ମୃତକଙ୍କ ମଧ୍ୟରୁ ଭୁବନେଶ୍ବରର ୩ ଜଣ ରହିଛନ୍ତି। ପୁରୀ ଓ ନୟାଗଡ ଜିଲାରୁ ୨ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ସେହିପରି ଅନୁଗୁଳ, ଭଦ୍ରକ, ବଲାଙ୍ଗୀର, ଢେଙ୍କାନାଳ, ଜହତସିଂହପୁର, କଳାହାଣ୍ଡି, କେନ୍ଦ୍ରାପଡ଼ା, ପୁରୀ ଓ ରାୟଗଡ଼ା ଜିଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

Comments are closed.