ରାଜ୍ୟରେ କୋଭିଡ୍‌-୧୯ ପରୀକ୍ଷଣ ମୋଟ ୧,୨୩,୮୩୪ ନମୁନା: ପଜିଟିଭ୍‌ ୧୩୩୫, ସୁସ୍ଥ ହେଲେଣି ୫୫୦

ଭୁବନେଶ୍ୱର: ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ସମୁଦାୟ ୧୩୩୫ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ୫୫୦ ଜଣ ରୋଗୀ ସଂପୂର୍ଣ୍ଣ ସୁସ୍ଥ ହୋଇଛନ୍ତି ଅର୍ଥାତ୍ ଡାକ୍ତରଖାନାରୁ ଫେରିଛନ୍ତି ଏବଂ ୭ ଜଣ କୋଭିଡ୍‌-୧୯ ରୋଗୀଙ୍କର ମୃତ୍ୟୁ ହୋଇଛି। ସକ୍ରିୟ ଥିବା ସଂକ୍ରମିତଙ୍କ ସଂଖ୍ୟା ୭୭୮ ରହିଛି।  ୧୦୪୨ ଜଣ ହସ୍‌ପିଟାଲ୍‌ ଆଇସୋଲେସନ୍‌ରେ ଅଛନ୍ତି। ସୂଚନାଯୋଗ୍ୟ, ଗତକାଲି ମଧ୍ୟରାତ୍ରି ସୁଦ୍ଧା ଓଡ଼ିଶାରେ ୧,୨୩,୮୩୪ ଟି ନମୁନା କୋଭିଡ୍‌-୧୯ ପରୀକ୍ଷା କରାଯାଇଥିଲା।

Comments are closed.