କୋଭିଡ୍‌-୧୯: ମୋଟ ନମୁନା ପରୀକ୍ଷଣ ୧,୫୨,୧୩୧; ପଜିଟିଭ୍‌ ଚିହ୍ନଟ ୧୯୪୮, ସୁସ୍ଥ ୧୧୨୬

ଭୁବନେଶ୍ବର: ଗତକାଲି ମଧ୍ୟରାତ୍ରି ସୁଦ୍ଧା ଓଡ଼ିଶାରେ ୧,୫୨,୧୩୧ ଟି ନମୁନା କୋଭିଡ୍‌-୧୯ ପରୀକ୍ଷା କରାଯାଇଛି। ବର୍ତ୍ତମାନ ସୁଦ୍ଧା ସମୁଦାୟ ୧୯୪୮ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ୧୧୨୬ ଜଣ ରୋଗୀ ସଂପୂର୍ଣ୍ଣ ସୁସ୍ଥ ହୋଇଛନ୍ତି ଅର୍ଥାତ୍ ଡାକ୍ତରଖାନାରୁ ଫେରିଛନ୍ତି। ୭ ଜଣ କୋଭିଡ୍‌-୧୯ ରୋଗୀଙ୍କର ମୃତ୍ୟୁ ହୋଇଛି। ସକ୍ରିୟ ଥିବା ସଂକ୍ରମିତଙ୍କ ସଂଖ୍ୟା ୮୧୩ ରହିଛି। ୧୨୪୬ ଜଣ ହସ୍‌ପିଟାଲ୍‌ ଆଇସୋଲେସନ୍‌ରେ ଅଛନ୍ତି।

କୋଭିଡ୍‌-୧୯ ପରିପ୍ରେକ୍ଷୀରେ ଗ୍ରାମାଞ୍ଚଳରେ କ୍ୱାରାଣ୍ଟାଇନ୍‌ ସ୍ୱାସ୍ଥ୍ୟସେବାକୁ ସଶକ୍ତ କରିବା ଉଦ୍ଦେଶ୍ୟରେ ୬୭୯୮ ଗ୍ରାମ ପଞ୍ଚାୟତରେ ୧୬,୬୫୧ ଟି ଅସ୍ଥାୟୀ ଚିକିତ୍ସା କେନ୍ଦ୍ର ସ୍ଥାପିତ ହୋଇଛି। ଏଥିରେ ମୋଟ ୭,୪୨,୫୩୬ ଶଯ୍ୟାର ବ୍ୟବସ୍ଥା କରାଯାଇଛି ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Comments are closed.