କୋଭିଡ୍‌-୧୯ ନିୟମ ଉଲ୍ଲଙ୍ଘନ: ୨୪ ଘଣ୍ଟାରେ ୧୬ ମାମଲା, ୬୪ ଗିରଫ

ଭୁବନେଶ୍ବର : ରାଜ୍ୟରେ କୋଭିଡ୍‌-୧୯ ନିୟମ ଏବଂ ମାର୍ଗଦର୍ଶିକା ଉଲ୍ଲଙ୍ଘନ କରିଥିବା ଅଭିଯୋଗରେ ୨୪ ଘଣ୍ଟା ମଧ୍ୟରେ ୧୬ଟି ମାମଲା ଦାୟର କରାଯାଇଛି। ସେଥିରୁ ୧୪ଟି ମାମଲା ଲକ୍‌ ଡାଉନ୍‌ ସଂପର୍କିତ ହୋଇଥିବାବେଳେ ୧ଟି ହୋମ୍‌ କ୍ୱାରାଣ୍ଟାଇନ୍‌ ଉଲ୍ଲଙ୍ଘନ ଏବଂ ୧ଟି ଅନ୍ୟାନ୍ୟ କାରଣ ପାଇଁ ଅଟେ। ବିଭିନ୍ନ ଅଭିଯୋଗରେ ୬୪ ଜଣଙ୍କୁ ଗିରଫ କରାଯାଇଛି ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Comments
Loading...