କୋଭିଡ୍‌-୧୯ ନିୟମ ଉଲଙ୍ଘନ: ୨୪ ଘଣ୍ଟାରେ ୨୪ ମାମଲା, ୬୬ ଗିରଫ

ଭୁବନେଶ୍ବର: ରାଜ୍ୟରେ କୋଭିଡ୍‌-୧୯ ନିୟମ ଏବଂ ମାର୍ଗଦର୍ଶିକା ଉଲଙ୍ଘନ କରିଥିବା ଅଭିଯୋଗରେ ମଇ ୩ରୁ ମଇ ୪ ତାରିଖ ସକାଳ ପର୍ଯ୍ୟନ୍ତ ୨୪ ଘଣ୍ଟା ମଧ୍ୟରେ ୨୪ଟି ମାମଲା ଦାଏର କରାଯାଇଛି। ସେଥିମଧ୍ୟରୁ ୨୨ଟି ମାମଲା ଲକ୍‌ ଡାଉନ୍‌ ସଂପର୍କିତ ହୋଇଥିବାବେଳେ ଗୋଟିଏ ଗୁଜବ ପ୍ରଚାର ପାଇଁ ଏବଂ ଅନ୍ୟଟି କୋଭିଡ୍‌-୧୯ ସଂପର୍କିତ ଘଟଣା ପାଇଁ ଦାଏର ହୋଇଛି। ବିଭିନ୍ନ ଅଭିଯୋଗରେ ୬୬ ଜଣଙ୍କୁ ଗିରଫ କରାଯାଇଛି ବୋଲି ରାଜ୍ୟ ସରକାରଙ୍କ ମୁଖପାତ୍ର ସୁବ୍ରତ୍‌ ବାଗ୍‌ଚୀ ସୂଚନା ଦେଇଛନ୍ତି।

କୋଭିଡ୍‌-୧୯ ପରିପ୍ରେକ୍ଷୀରେ ଗ୍ରାମାଞ୍ଚଳରେ ସ୍ୱାସ୍ଥ୍ୟସେବାକୁ ସଶକ୍ତ କରିବା ଉଦ୍ଦେଶ୍ୟରେ ୬୭୯୮ ଗ୍ରାମ ପଞ୍ଚାୟତରେ ୯୫୩୬ଟି ଅସ୍ଥାୟୀ ଚିକିତ୍ସା କେନ୍ଦ୍ର ସ୍ଥାପିତ ହୋଇଛି। ଏଥିରେ ମୋଟ ୩,୩୦,୭୭୨ ଶଯ୍ୟାର ବ୍ୟବସ୍ଥା କରାଯାଇଛି। ଆଜି ରାଜ୍ୟର ୪୯୬୯ ଗ୍ରାମ ପଞ୍ଚାୟତରେ ୩,୦୪,୩୭୭ ଜଣ ନିରାଶ୍ରୟ ଓ ଅସହାୟ ଲୋକଙ୍କୁ ରନ୍ଧାଖାଦ୍ୟ ଯୋଗାଇ ଦିଆଯାଇଛି। ସେହିପରି ୧୦୯ ଟି ପୌରାଞ୍ଚଳରେ ୩୩,୮୯୦ ଜଣଙ୍କୁ ରନ୍ଧାଖାଦ୍ୟ ଦିଆଯାଇଛି ବୋଲି ଶ୍ରୀ ବାଗ୍‌ଚୀ କହିଛନ୍ତି।

Comments are closed.