କୋଭିଡ୍-୧୯ ନିୟମ ଉଲ୍ଲଙ୍ଘନ: ୨୪ ଘଣ୍ଟାରେ ୧୦ ମାମଲା, ୧୮ ଗିରଫ

ଭୁବନେଶ୍ବର: ରାଜ୍ୟରେ କୋଭିଡ୍‌-୧୯ ନିୟମ ଏବଂ ମାର୍ଗଦର୍ଶିକା ଉଲ୍ଲଂଘନ କରିଥିବା ଅଭିଯୋଗରେ ୨୪ ଘଣ୍ଟା ମଧ୍ୟରେ ୧୦ ଟି ମାମଲା ଦାୟର କରାଯାଇଛି। ଏଥି ମଧ୍ୟରୁ ୭ଟି ମାମଲା ଲକ୍‌ ଡାଉନ୍‌ ସଂପର୍କିତ ହୋଇଥିବାବେଳେ ୧ଟି ମାମଲା ହୋମ୍‌ କ୍ୱାରାଣ୍ଟାଇନ୍‌ ଉଲ୍ଲଂଘନ, ୧ଟି ଗୁଜବ ପ୍ରଚାର ଏବଂ ୧ଟି ଅନ୍ୟାନ୍ୟ କୋଭିଡ୍‌ ସଂପର୍କିତ କାରଣ ପାଇଁ ଅଟେ। ଗତକାଲି ୧୮ ଜଣଙ୍କୁ ବିଭିନ୍ନ ଅଭିଯୋଗରେ ଗିରଫ କରାଯାଇଛି। ଅପରପକ୍ଷରେ ଗତକାଲି ମଧ୍ୟରାତ୍ରି ସୁଦ୍ଧା ଓଡ଼ିଶାରେ ୨,୮୧,୫୨୩ ଟି ନମୁନା କୋଭିଡ୍‌-୧୯ ପରୀକ୍ଷା କରାଯାଇଛି। ବର୍ତ୍ତମାନ ସୁଦ୍ଧା ସମୁଦାୟ ୮,୧୦୬ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ୫,୭୦୫ ଜଣ ରୋଗୀ ସଂପୂର୍ଣ୍ଣ ସୁସ୍ଥ ହୋଇଛନ୍ତି/ଡାକ୍ତରଖାନାରୁ ଫେରିଛନ୍ତି। ଆଜି ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ ସଂଖ୍ୟା-୨୦୩। ୨୯ ଜଣ କୋଭିଡ୍‌-୧୯ ରୋଗୀଙ୍କର ମୃତ୍ୟୁ ହୋଇଛି। ସକ୍ରିୟ ଥିବା ସଂକ୍ରମିତଙ୍କ ସଂଖ୍ୟା ୨୩୬୪ ରହିଛି। ୨,୫୬୭ ଜଣ ହସ୍‌ପିଟାଲ୍‌ ଆଇସୋଲେସନ୍‌ରେ ରହିଛନ୍ତି ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Comments are closed.