ଦେଶରେ ଚିହ୍ନଟ ହେଲେ ୨,୬୮୨ ଆକ୍ରାନ୍ତ ; ଆରୋଗ୍ୟ ହାର ୯୮.୭୫%

ନୂଆଦିଲ୍ଲୀ : ଦେଶରେ ଗତ କିଛି ଦିନ ମଧ୍ୟରେ ଦୈନିକ ୨ ହଜାର ପାର୍‍ ହେଉଛି ସଂକ୍ରମଣ। ୨୪ ଘଣ୍ଟାରେ ଆଉ ୨ ହଜାର ୬୨୮ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪,୩୧,୪୪,୮୨୦କୁ ବୃଦ୍ଧି ପାଇଛି। ସେହିପରି ଆଉ ୨,୧୬୭ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ମୋଟ ୪,୨୬,୦୪,୮୮୧ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଆରୋଗ୍ୟ ହାର ୯୮.୭୫%। ଚିକିତ୍ସାଧୀନ ଅବସ୍ଥାରେ ଆଉ ୧୮ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫,୨୪,୫୨୫ରେ ପହଞ୍ଚିଛି। ମୃତ୍ୟୁ ହାର ୧.୨୨%। ୧୫, ୪୧୪ ସକ୍ରିୟ ଆକ୍ରାନ୍ତ ଚିିକିତ୍ସାଧୀନ ଅବସ୍ଥାରେ ରହିଥିବା ବେଳେ ସକ୍ରିୟ ଆକ୍ରାନ୍ତ ହାର ୦.୦୪%। ଦିନକ ପୂର୍ବରୁ ୪,୫୨,୫୮୦ ନମୁନା ପରୀକ୍ଷା କରାଯାଇଥିବା ବେଳେ ମୋଟ ୮୪,୮୪,୧୧,୩୫୬ ନମୁନା ପରୀକ୍ଷା କରାଯାଇଛି। ଗୋଟିଏ ଦିନ ଆଗରୁ ୧୩,୧୩,୬୮୭ ଟିକା ନେଇଥିବା ବେଳେ ମୋଟ ୧,୯୨,୮୨,୦୩,୫୫୫ ଟିକାକରଣ କରାଯାଇଛି। ଆଜି ମଧ୍ୟାହ୍ନ ସୁଦ୍ଧା ୩,୧୫,୮୭୭ ଟିକାକରଣ କରାଯାଇଛି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

 

Comments are closed.