ଦେଶରେ ପୁଣି ଉପରମୁହାଁ ଦୈନିକ ସଂକ୍ରମଣ

ନୂଆଦିଲ୍ଲୀ : ଦେଶରେ ଗତକାଲି ତୁଳନାରେ ଆଜି ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ବୃଦ୍ଧି ପାଇଥିବା ଦେଖାଯାଇଛି। ଦିନକରେ ଆଉ ୧୭ ହଜାର ୧୩୫ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪,୪୦,୬୭,୧୪୪କୁ ବୃଦ୍ଧି ପାଇଛି। ସେହିପରି ଆଉ ୧୯ ହଜାର ୮୨୩ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ମୋଟ ୪,୩୪,୦୩,୬୧୦ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଆରୋଗ୍ୟ ହାର ୯୮.୪୯%।ଚିକିତ୍ସାଧୀନ ଅବସ୍ଥାରେ ଆଉ ୪୭ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫,୨୬,୪୭୭ରେ ପହଞ୍ଚିଛି। ମୃତ୍ୟୁହାର ୧.୧୯%। ୧,୩୭,୦୫୭ ସକ୍ରିୟ ଆକ୍ରାନ୍ତ ଚିିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ସକ୍ରିୟ ଆକ୍ରାନ୍ତ ହାର ୦.୩୧%। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

Comments are closed.