ଦେଶରେ ୧୬,୫୬୧ ନୂଆ ଆକ୍ରାନ୍ତ ; ଆରୋଗ୍ୟ ହାର ୯୮.୫୩%

ନୂଆଦିଲ୍ଲୀ : ଦେଶରେ ଗତ ୨୪ ଘଣ୍ଟାରେ ଆଉ ୧୬ ହଜାର ୫୬୧ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାମଧ୍ୟରେ ସଂକ୍ରମଣର ହାର ୫.୪୪ ପ୍ରତିଶତରେ ପହଞ୍ଚିଛି। ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪,୪୨,୨୩,୫୫୭କୁ ବୃଦ୍ଧି ପାଇଛି। ଶୁକ୍ରବାର ସକାଳ ୮ଟାରେ ଜାରି କରାଯାଇଥିବା ରିପୋର୍ଟ ଅନୁଯାୟୀ, ଦିନକରେ ୧୮,୦୫୩ କରୋନାରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଆରୋଗ୍ୟ ହାର ୯୮.୫୩%। ଦେଶରେ ୧,୨୩,୫୩୫ ସକ୍ରିୟ ଆକ୍ରାନ୍ତ ଚିିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ସକ୍ରିୟ ଆକ୍ରାନ୍ତ ହାର ୦.୨୮%। ଚିକିତ୍ସାଧୀନ ଅବସ୍ଥାରେ ଆଉ ୪୯ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫,୨୬,୯୨୮ରେ ପହଞ୍ଚିଛି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

Comments are closed.