ଦେଶରେ ୯,୦୬୨ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ : ଦେଶରେ କରୋନା ସଂକ୍ରମଣ ଦିନେ ବୃଦ୍ଧି ହେଲେ ଦିନେ ହ୍ରାସ ହେଉଥିବା ଦେଖାଯାଉଛି। ସ୍ୱାସ୍ଥ୍ୟ ମନ୍ତ୍ରାଳୟ ଦ୍ୱାରା ବୁଧବାର ଜାରି କରାଯାଇଥିବା ରିପୋର୍ଟ ଅନୁଯାୟୀ, ୨୪ ଘଣ୍ଟାରେ ଆଉ ୯ ହଜାର ୦୬୨ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪,୪୨,୮୬,୨୫୬କୁ ବୃଦ୍ଧି ପାଇଛି।
ଏହାସହ ଚିକିତ୍ସାଧୀନ ଅବସ୍ଥାରେ ୩୬ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଫଳରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫,୨୭,୧୩୪ରେ ପହଞ୍ଚିଛି। ମୃତ୍ୟୁହାର ୧.୧୯%। ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧,୦୫,୦୫୮ରେ ପହଞ୍ଚିଛି। ସକ୍ରିୟ ଆକ୍ରାନ୍ତ ହାର ୦.୨୪%। ସେହିପରି ଆଉ ୧୫,୨୨୦ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ମୋଟ ୪,୩୬,୫୪,୦୬୪ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଆରୋଗ୍ୟ ହାର ୯୮.୫୭%। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

Comments are closed.