ରାଜ୍ୟରେ ସାମାନ୍ୟ ବୃଦ୍ଧି ଦୈନିକ ସଂକ୍ରମଣ

ଭୁବନେଶ୍ୱର : ରାଜ୍ୟରେ କିଛି ଦିନ ପୂର୍ବରୁ ଆକ୍ରାନ୍ତଙ୍କ ସଂଖ୍ୟା ୧୫ ରେ ସୀମିତ ରହିଥିବା ବେଳେ ଏବେ ଏଥିରେ ବୃଦ୍ଧି ହୋଇଥିବା ଦେଖାଯାଇଛି। ୨୪ ଘଣ୍ଟାରେ ଆଉ ୩୧ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜନ୍ମରୁ ୧୮ ବର୍ଷ ମଧ୍ୟରେ ୨,ସଙ୍ଗରୋଧରୁ ୧୮ ଓ ସ୍ଥାନୀୟ ୧୩।


୪ ଜିଲା ଓ ଷ୍ଟେଟ ପୁଲରୁ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ କଟକରୁ ୧୬, ଝାରସୁଗୁଡା ୧,ଖୋର୍ଦ୍ଧା ୧୦,ପୁରୀ ୧, ଷ୍ଟେଟ ପୁଲରୁ ୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୮,୫୭୬କୁ ବୃଦ୍ଧି ପାଇଛି। ୧୨,୭୯,୨୭୦ ମୋଟ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୧୨୭ ସକ୍ରିୟ ଆକ୍ରାନ୍ତ ଚିିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି।

Comments are closed.