ରାଜ୍ୟରେ କରୋନା ; ଚିହ୍ନଟ ହେଲେ ଆଉ ୧୦ ଆକ୍ରାନ୍ତ

ଭୁବନେଶ୍ୱର : ରାଜ୍ୟରେ ଗତକାଲି ତୁଳନାରେ ଆଜି ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଉଥିବା ଦେଖାଯାଉଛି। ୨୪ ଘଣ୍ଟାରେ ଆଉ ୧୦ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଜନ୍ମରୁ ୧୮ ବର୍ଷ ମଧ୍ୟରେ କେହି ନଥିବା ବେଳେ ସଙ୍ଗରୋଧରୁ ୬ ଓ ସ୍ଥାନୀୟ ୪। ଏହାସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୭,୯୧୨କୁ ବୃଦ୍ଧି ପାଇଛି। ୧୨,୭୮,୬୨୨ ମୋଟ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୧୧୪ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି।


୬ ଜିଲାରୁ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ବାଲେଶ୍ୱରରୁ ୨,ବଲାଙ୍ଗୀରରୁ ୩,କଟକ ୧, ଖୋର୍ଦ୍ଧା ୨, ସମ୍ବଲପୁର ୧, ସୁନ୍ଦରଗଡରୁ ୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Comments are closed.