ଦିନକରେ ୭୮,୫୨୪ ନୂଆ ଆକ୍ରାନ୍ତ ଚିହ୍ନଟ ଓ ୯୭୧ ମୃତ ; ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫ ହଜାର ୫୨୬

ନୂଆଦିଲ୍ଲୀ : ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫ ହଜାର ୫୨୬କୁ ବୃଦ୍ଧି ପାଇଛି। ୨୪ ଘଣ୍ଟାରେ ୭୮,୫୨୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୯୭୧ ଜଣଙ୍କ ମୃତ୍ୟୁ ହୋଇଛି। ଏହାସହ ମୋଟ କରୋନା ପଜିଟିଭ ସଂଖ୍ୟା ୬୮ ଲକ୍ଷ ୩୫ ହଜାର ୬୫୬ରେ ପହଞ୍ଚିଛି। ୯,୦୨,୪୨୫ ଜଣ ଚିକିତ୍ସାଧୀନ ଅବସ୍ଥାରେ ରହିଥିବା ବେଳେ ୫୮,୨୭,୭୦୫ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି।

Comments are closed.