କୋଭିଡ୍‌-୧୯ ନିୟମ ଉଲ୍ଲଙ୍ଘନ: ୨୪ଘଣ୍ଟାରେ ୭ ମାମଲା, ୩୧ ଗିରଫ

ଭୁବନେଶ୍ବର: ରାଜ୍ୟରେ କୋଭିଡ୍‌-୧୯ ନିୟମ ଏବଂ ମାର୍ଗଦର୍ଶିକା ଉଲ୍ଲଙ୍ଘନ କରିଥିବା ଅଭିଯୋଗରେ ୨୪ ଘଣ୍ଟା ମଧ୍ୟରେ ୭ ଟି ମାମଲା ଦାୟର କରାଯାଇଛି। ଏଥି ମଧ୍ୟରୁ ୬ଟି ମାମଲା ଲକ୍‌ ଡାଉନ୍‌ ସମ୍ପର୍କିତ ହୋଇଥିବାବେଳେ ଗୋଟିଏ ମାମଲା ହୋମ୍‌ କ୍ୱାରାଣ୍ଟାଇନ୍‌ ଉଲ୍ଲଙ୍ଘନ ପାଇଁ ଅଟେ। ୩୧ ଜଣଙ୍କୁ ବିଭିନ୍ନ ଅଭିଯୋଗରେ ଗିରଫ କରାଯାଇଛି ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Comments are closed.