କୋଭିଡ୍‌-୧୯ ନିୟମ ଉଲ୍ଲଙ୍ଘନ: ୨୪ ଘଣ୍ଟାରେ ୨୧ ମାମଲା, ୩୧ ଗିରଫ

ଭୁବନେଶ୍ବର: ରାଜ୍ୟରେ କୋଭିଡ୍‌-୧୯ ନିୟମ ଏବଂ ମାର୍ଗଦର୍ଶିକା ଉଲ୍ଲଂଘନ କରିଥିବା ଅଭିଯୋଗରେ ୨୪ ଘଣ୍ଟା ମଧ୍ୟରେ ୨୧ ଟି ମାମଲା ଦାୟର କରାଯାଇଛି। ଏଥି ମଧ୍ୟରୁ ୧୮ଟି ମାମଲା ଲକ୍‌ ଡାଉନ୍‌ ସମ୍ପର୍କିତ ହୋଇଥିବାବେଳେ ୩ଟି ମାମଲା ଅନ୍ୟାନ୍ୟ କାରଣ ପାଇଁ ଅଟେ। ୩୧ ଜଣଙ୍କୁ ବିଭିନ୍ନ ଅଭିଯୋଗରେ ଗିରଫ କରାଯାଇଛି।  ଗତକାଲି ମଧ୍ୟରାତ୍ରି ସୁଦ୍ଧା ଓଡ଼ିଶାରେ ୨,୯୭,୨୩୪ ଟି ନମୁନା କୋଭିଡ୍‌-୧୯ ପରୀକ୍ଷା କରାଯାଇଛି। ବର୍ତ୍ତମାନ ସୁଦ୍ଧା ସମୁଦାୟ ୯,୫୨୬ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ୬,୪୮୬ ଜଣ ରୋଗୀ ସଂପୂର୍ଣ୍ଣ ସୁସ୍ଥ ହୋଇଛନ୍ତି/ଡାକ୍ତରଖାନାରୁ ଫେରିଛନ୍ତି। ଆଜିର ସୁସ୍ଥ ସଂଖ୍ୟା-୨୬୨ ରହିଛି। ୩୮ ଜଣ କୋଭିଡ୍‌-୧୯ ରୋଗୀଙ୍କର ମୃତ୍ୟୁ ହୋଇଛି। ସକ୍ରିୟ ଥିବା ସଂକ୍ରମିତଙ୍କ ସଂଖ୍ୟା ୨,୯୯୨ ରହିଛି। ୩,୨୫୪ ଜଣ ହସ୍‌ପିଟାଲ୍‌ ଆଇସୋଲେସନ୍‌ରେ ରହିଛନ୍ତି ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Comments are closed.