କୋଭିଡ୍‌-୧୯ ନିୟମ ଉଲ୍ଲଙ୍ଘନ: ୨୪ ଘଣ୍ଟାରେ ୧୪ ମାମଲା, ୩୦ ଗିରଫ

ଭୁବନେଶ୍ବର: ରାଜ୍ୟରେ କୋଭିଡ୍‌-୧୯ ନିୟମ ଏବଂ ମାର୍ଗଦର୍ଶିକା ଉଲ୍ଲଙ୍ଘନ କରିଥିବା ଅଭିଯୋଗରେ ୨୪ ଘଣ୍ଟା ମଧ୍ୟରେ ୧୪ ଟି ମାମଲା ଦାୟର କରାଯାଇଛି। ଏଥି ମଧ୍ୟରୁ ୧୨ଟି ମାମଲା ଲକ୍‌ ଡାଉନ୍‌ ସମ୍ପର୍କିତ ହୋଇଥିବାବେଳେ ୧ଟି ମାମଲା ହୋମ୍‌ କ୍ୱାରାଣ୍ଟାଇନ୍‌ ଉଲ୍ଲଂଘନ ପାଇଁ ଏବଂ ୧ଟି ମାମଲା ଅନ୍ୟାନ୍ୟ କାରଣ ପାଇଁ ଅଟେ। ୩୦ ଜଣଙ୍କୁ ବିଭିନ୍ନ ଅଭିଯୋଗରେ ଗିରଫ କରାଯାଇଛି ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Comments are closed.