କୋଭିଡ୍‌-୧୯ ନିୟମ ଉଲ୍ଲଙ୍ଘନ: ୨୪ଘଣ୍ଟାରେ ୨୦ଟି ମାମଲା, ୨୫ ଗିରଫ

ଭୁବନେଶ୍ବର: ରାଜ୍ୟରେ କୋଭିଡ୍‌-୧୯ ନିୟମ ଏବଂ ମାର୍ଗଦର୍ଶିକା ଉଲ୍ଲଂଘନ କରିଥିବା ଅଭିଯୋଗରେ ୨୪ ଘଣ୍ଟା ମଧ୍ୟରେ ୨୦ ଟି ମାମଲା ଦାୟର କରାଯାଇଛି। ଏଥି ମଧ୍ୟରୁ ୧୫ଟି ମାମଲା ଲକ୍‌ ଡାଉନ୍‌ ସଂପର୍କିତ ହୋଇଥିବାବେଳେ ୨ଟି ମାମଲା ହୋମ୍‌ କ୍ୱାରାଣ୍ଟାଇନ୍‌ ଉଲ୍ଲଂଘନ, ୧ଟି ମାମଲା ଗୁଜବ ପ୍ରଚାର ଏବଂ ୨ଟି ମାମଲା ଅନ୍ୟାନ୍ୟ କାରଣ ପାଇଁ ଅଟେ। ୨୫ ଜଣଙ୍କୁ ବିଭିନ୍ନ ଅଭିଯୋଗରେ ଗିରଫ କରାଯାଇଛି ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

 

ଗତକାଲି ମଧ୍ୟରାତ୍ରି ସୁଦ୍ଧା ଓଡ଼ିଶାରେ ୩,୬୯,୭୩୮ ଟି ନମୁନା କୋଭିଡ୍‌-୧୯ ପରୀକ୍ଷା କରାଯାଇଛି। ବର୍ତ୍ତମାନ ସୁଦ୍ଧା ସମୁଦାୟ ୧୬,୧୧୦ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ୧୧,୩୩୦ ଜଣ ରୋଗୀ ସଂପୂର୍ଣ୍ଣ ସୁସ୍ଥ ହୋଇଛନ୍ତି/ଡାକ୍ତରଖାନାରୁ ଫେରିଛନ୍ତି। ଆଜି ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ ସଂଖ୍ୟା-୪୫୩। ମୋଟ ୮୩ ଜଣ କୋଭିଡ୍‌-୧୯ ରୋଗୀଙ୍କର ମୃତ୍ୟୁ ହୋଇଛି । ସକ୍ରିୟ ଥିବା ସଂକ୍ରମିତଙ୍କ ସଂଖ୍ୟା ୪,୬୭୧ରହିଛି। ୫,୧୨୪ ଜଣ ହସ୍‌ପିଟାଲ୍‌ ଆଇସୋଲେସନ୍‌ରେ ରହିଛନ୍ତି ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Comments are closed.