ଓଡ଼ିଶାରେ ମୋଟ କୋଭିଡ୍‌-୧୯ ନମୁନା ପରୀକ୍ଷା୨,୫୫,୮୦୯; ପଜିଟିଭ୍ ୬୬୧୪, ସୁସ୍ଥ ୪୭୪୩

ଭୁବନେଶ୍ବର: ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ପ୍ରତିଦିନ କୋଭିଡ୍‌-୧୯ ନମୁନା ପରୀକ୍ଷା କରାଯାଉଛି। ତେବେ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସୁସ୍ଥ ହାର ଅଧିକ ରହିଛି। ଗତକାଲି ମଧ୍ୟରାତ୍ରି ସୁଦ୍ଧା ଓଡ଼ିଶାରେ ୨,୫୫,୮୦୯ ଟି ନମୁନା କୋଭିଡ୍‌-୧୯ ପରୀକ୍ଷା କରାଯାଇଛି। ବର୍ତ୍ତମାନ ସୁଦ୍ଧା ସମୁଦାୟ ୬୬୧୪ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ୪୭୪୩ ଜଣ ରୋଗୀ ସଂପୂର୍ଣ୍ଣ ସୁସ୍ଥ ହୋଇଛନ୍ତି/ଡାକ୍ତରଖାନାରୁ ଫେରିଛନ୍ତି। ୨୧ ଜଣ କୋଭିଡ୍‌-୧୯ ରୋଗୀଙ୍କର ମୃତ୍ୟୁ ହୋଇଛି। ସକ୍ରିୟ ଥିବା ସଂକ୍ରମିତଙ୍କ ସଂଖ୍ୟା ୧୮୪୩ ରହିଛି ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Comments are closed.