କୋଭିଡ୍‌-୧୯ ନିୟମ ଉଲ୍ଲଙ୍ଘନ: ୨୪ଘଣ୍ଟାରେ ୧୮ ମାମଲା, ୩୦ ଗିରଫ

ଭୁବନେଶ୍ବର: ରାଜ୍ୟରେ କୋଭିଡ୍‌-୧୯ ନିୟମ ଏବଂ ମାର୍ଗଦର୍ଶିକା ଉଲଙ୍ଘନ କରିଥିବା ଅଭିଯୋଗରେ ୨୪ ଘଣ୍ଟା ମଧ୍ୟରେ ୧୮ଟି ମାମଲା ଦାୟର କରାଯାଇଛି। ସେଥିରୁ ୧୫ଟି ମାମଲା ଲକ୍‌ ଡାଉନ୍‌ ସଂପର୍କିତ ହୋଇଥିବାବେଳେ ୨ଟି ହୋମ୍‌ କ୍ୱାରାଣ୍ଟାଇନ୍‌ ଉଲ୍ଲଂଘନ ଏବଂ ୧ଟି ଅନ୍ୟାନ୍ୟ କାରଣ ପାଇଁ ଅଟେ। ବିଭିନ୍ନ ଅଭିଯୋଗରେ ୩୦ ଜଣଙ୍କୁ ଗିରଫ କରାଯାଇଛି ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Comments
Loading...