୨୪ ଘଣ୍ଟାରେ ୭୦ ହଜାର ୪୯୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ : ଦେଶରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬୯ ଲକ୍ଷ ପାର ହୋଇଛି। ୨୪ ଘଣ୍ଟାରେ ୭୦ ହଜାର ୪୯୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ଓ ୯୬୪ ଜଣଙ୍କ ମୃତ୍ୟୁ ହୋଇଛି। ମୋଟ ମୃତକଙ୍କ ସଂଖ୍ୟା ୧,୦୬,୪୯୦କୁ ବୃଦ୍ଧି ପାଇଛି। ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୯,୦୬,୧୫୨ରେ ପହଞ୍ଚିଛି। ସଂକ୍ରମଣରୁ ୫୯,୦୬,୦୭୦ ଜଣ ସୁସ୍ଥ ହୋଇ ଘରକୁ ଫେରିସାରିଛନ୍ତି। ୮,୯୩,୫୯୨ ଜଣ କରୋନା ପଜିଟିଭ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି।  ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି।

Comments are closed.