ବିଶ୍ଵ ସ୍ବାସ୍ଥ୍ୟ ସଙ୍ଗଠନର ଆଶା: ଚଳିତ ବର୍ଷ ଶେଷ ସୁଦ୍ଧା ପ୍ରସ୍ତୁତ ହୋଇପାରେ କରୋନା ଟୀକା

ଜେନେଭା:  କରୋନା ଟୀକା ଚଳିତ ବର୍ଷ ଶେଷ ସୁଦ୍ଧା ପ୍ରସ୍ତୁତ ହୋଇପାରେ । ବିଶ୍ଵ ସ୍ବାସ୍ଥ୍ୟ ସଙ୍ଗଠନ (ହୁ)ର ମୁଖ୍ୟ ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ଏହି ସୂଚନା ଦେଇଛନ୍ତି ।

ମହାମାରୀ ଉପରେ କାର୍ଯ୍ୟନିର୍ବାହୀ ବୋର୍ଡର ଦୁଇ ଦିନିଆ ବୈଠକ ଶେଷରେ ବିଶ୍ଵ ସ୍ବାସ୍ଥ୍ୟ ସଙ୍ଗଠନ ମହାନିର୍ଦ୍ଦେଶକ ଟେଡ୍ରୋସ୍ ଆଡାନୋମ୍ ଘେବ୍ରିୟସ କହିଛନ୍ତି  ଯେ  କରୋନା ଦୂର ନିମନ୍ତେ ଆମର ଟୀକା ଆବଶ୍ୟକ ଏବଂ ଚଳିତ ବର୍ଷ ଶେଷ ସୁଦ୍ଧା ଆମର ପାଖରେ ଟୀକା ପହଞ୍ଚିପାରେ ।

Comments are closed.