ରାଜ୍ୟରେ ବୃଦ୍ଧି ପାଉଛି କରୋନା ମୃତ୍ୟୁ ; ଆଉ ୩୫ ମୃତ

ଭୁବନେଶ୍ୱର : ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦୈନିକ ୧୧ହଜାର ଅତିକ୍ରମ କରୁଥିବା ବେଳେ ମୃତ୍ୟୁ ସଂଖ୍ୟା ୩୦ ଟପୁଛି। ୨୪ ଘଣ୍ଟାରେ ଚିକିତ୍ସାଧୀନ ଅବସ୍ଥାରେ ଆଉ ୩୫ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଓ ଅନୁଗୁଳରୁ ୫ ଜଣ ଲେଖାଏଁ, ସୁନ୍ଦରଗଡ ଓ ନବରଙ୍ଗପୁରରୁ ୪ ଲେଖାଏଁ, କେନ୍ଦ୍ରାପଡାରୁ ୩ ଲେଖାଏଁ, ଝାରସୁଗୁଡା, କଳାହାଣ୍ଡି ଓ କୋରାପୁଟରୁ ୨ ଲେଖାଏଁ, ଭଦ୍ରକ, ବୌଦ୍ଧ, କଟକ, ଗଞ୍ଜାମ, ଜଗତସିଂହପୁର, କେନ୍ଦୁଝର, ନୟାଗଡ ଓ ରାୟଗଡାରୁ ଜଣେ ଲେଖାଏଁ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏହାସହ ମୋଟ ମୃତ୍ୟୁ ସଂଖ୍ୟା ୨ ହଜାର ୫୮୪ରେ ପହଞ୍ଚିଛି। ଏନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।

Comments are closed.