କରୋନାରେ ଆଖି ବୁଜିଲେ ଆଉ ୩୩ କରୋନା ଆକ୍ରାନ୍ତ

ଭୁବନେଶ୍ୱର : ରାଜ୍ୟରେ କରୋନାରେ ଚିକିତ୍ସାଧୀନ ଅବସ୍ଥାରେ ଆଉ ୩୩ କରୋନା ଆକ୍ରାନ୍ତ ଆଖି ବୁଜିଛନ୍ତି। ଏନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ମିଳିଛି। ଏହାସହ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨ ହଜାର ୬୫୧ରେ ପହଞ୍ଚିଛି। ୧୩ ଜିଲାରୁ ୩୩ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ଅନୁଗୁଳରୁ ସର୍ବାଧିକ ୫। ସୁନ୍ଦରଗଡରୁ ୪, ବୌଦ୍ଧ, କଳାହାଣ୍ଡି, କେନ୍ଦୁଝର ଓ ଖୋର୍ଦ୍ଧାରୁ ୩ ଲେଖାଏଁ ମୃତ୍ୟୁ ବରଣ କରିଛନ୍ତି। ଗଜପତି, ଝାରସୁଗୁଡା, କେନ୍ଦ୍ରାପଡା, କୋରାପୁଟ ଓ ରାୟଗଡା ଜିଲାରୁ ୨ ଲେଖାଏଁ ମୃତ୍ୟୁ ଘଟିଥିବା ବେଳେ ଢେଙ୍କାନାଳ ଓ ନବରଙ୍ଗପୁରରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ବରଣ କରିଛନ୍ତି।

Comments are closed.