ରାଜ୍ୟରେ ରେକର୍ଡ ଭାଙ୍ଗୁଛି କରୋନା ମୃତ୍ୟୁ ; ଆଉ ୪୨ ମୃତ

ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟାରେ ଗତ କିଛି ଦିନ ତୁଳନାରେ ସର୍ବାଧିକ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ୧୮ ଜିଲାରୁ ୪୨ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି , ମୋଟ ମୃତ୍ୟୁ ସଂଖ୍ୟା ୨ ହଜାର ୮୭୩ରେ ପହଞ୍ଚିଛି। ମୃତକଙ୍କ ମଧ୍ୟରେ ସୁନ୍ଦରଗଡରୁ ସର୍ବାଧିକ ୫ , କଟକ ଓ କଳାହାଣ୍ଡିରୁ ୪ ଲେଖାଏଁ, ବୌଦ୍ଧ, ଝାରସୁଗୁଡା, ଖୋର୍ଦ୍ଧାରୁ ୩ ଲେଖାଏଁ, ଅନୁଗୁଳ, ବାଲେଶ୍ୱର, ବଲାଙ୍ଗୀର,ଦେବଗଡ, ଗଜପତି, କେନ୍ଦ୍ରାପଡା, ନବରଙ୍ଗପୁର ଓ ରାୟଗଡାରୁ ୨ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ବରଗଡ,ଭଦ୍ରକ,ଗଞ୍ଜାମ ଓ ପୁରୀରୁ ଜଣେ ଲେଖାଏଁ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

Comments are closed.