କରୋନାରେ ଆଖି ବୁଜିଲେ ଆଉ ୨ ଆକ୍ରାନ୍ତ ; ମୋଟ ମୃତ୍ୟୁ ସଂଖ୍ୟା ୧୯୨୬

ଭୁବନେଶ୍ୱର : ରାଜ୍ୟରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ପୁଣି ବୃଦ୍ଧି ପାଉଥିବା ଦେଖାଯାଉଛି। ୨୪ ଘଣ୍ଟାରେ ଚିକିତ୍ସାଧୀନ ଅବସ୍ଥାରେ ୨ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ମୃତକମାନଙ୍କ ମଧ୍ୟରୁ ଜଣେ ବଲାଙ୍ଗୀର ଓ ଜଣେ କେନ୍ଦ୍ରାପଡ଼ା ଜିଲାର ବୋଲି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି। ତେବେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୧୯୨୬ରେ ପହଞ୍ଚିଛି। ସେହିପରି ୭୦୦୩ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଥିବା ବେଳେ ଦିନକରେ ୧୩୭୪ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

Comments are closed.