କୋଭିଡ୍‌ ନିୟମ ଉଲ୍ଲଙ୍ଘନ: ୨୪ଘଣ୍ଟାରେ ୧୨ ମାମଲା, ୧୧ ଗିରଫ

ଭୁବନେଶ୍ବର: ରାଜ୍ୟରେ କୋଭିଡ୍‌-୧୯ ନିୟମ ଏବଂ ମାର୍ଗଦର୍ଶିକା ଉଲ୍ଲଙ୍ଘନ କରିଥିବା ଅଭିଯୋଗରେ ୨୪ ଘଣ୍ଟା ମଧ୍ୟରେ ୧୨ ଟି ମାମଲା ଦାୟର କରାଯାଇଛି। ଏଥି ମଧ୍ୟରୁ ୯ଟି ମାମଲା ଲକ୍‌ ଡାଉନ୍‌ ସଂପର୍କିତ ହୋଇଥିବାବେଳେ ୩ଟି ମାମଲା ଅନ୍ୟାନ୍ୟ କାରଣ ପାଇଁ ଅଟେ । ୧୧ ଜଣଙ୍କୁ ବିଭିନ୍ନ ଅଭିଯୋଗରେ ଗିରଫ କରାଯାଇଛି। ଗତକାଲି ମଧ୍ୟରାତ୍ରି ସୁଦ୍ଧା ଓଡ଼ିଶାରେ ୬,୯୨,୩୦୧ ଟି ନମୁନା କୋଭିଡ୍‌-୧୯ ପରୀକ୍ଷା କରାଯାଇଛି। ବର୍ତ୍ତମାନ ସୁଦ୍ଧା ସମୁଦାୟ ୪୮,୭୯୬ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ୩୩,୦୨୦ ଜଣ ରୋଗୀ ସଂପୂର୍ଣ୍ଣ ସୁସ୍ଥ ହୋଇଛନ୍ତି/ଡାକ୍ତରଖାନାରୁ ଫେରିଛନ୍ତି। ୨୯୬ ଜଣ କୋଭିଡ୍‌-୧୯ ରୋଗୀଙ୍କର ମୃତ୍ୟୁ ହୋଇଛି। ସକ୍ରିୟ ଥିବା ସଂକ୍ରମିତଙ୍କ ସଂଖ୍ୟା ୧୫,୪୨୭ ରହିଛି। ୧୫,୪୨୭ ଜଣ ହସ୍‌ପିଟାଲ୍‌ ଆଇସୋଲେସନ୍‌ରେ ରହିଛନ୍ତି ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Comments are closed.