କୋଭିଡ୍‌-୧୯ ନିୟମ: ୨୪ ଘଣ୍ଟାରେ ୭ ମାମଲା, ୨୭ ଗିରଫ

ଭୁବନେଶ୍ବର: ରାଜ୍ୟରେ କୋଭିଡ୍‌-୧୯ ନିୟମ ଏବଂ ମାର୍ଗଦର୍ଶିକା ଉଲ୍ଲଙ୍ଘନ କରିଥିବା ଅଭିଯୋଗରେ ୨୪ ଘଣ୍ଟା ମଧ୍ୟରେ ୭ ଟି ମାମଲା ଦାୟର କରାଯାଇଛି। ଏଥି ମଧ୍ୟରୁ ୬ଟି ମାମଲା ଲକ୍‌ ଡାଉନ୍‌ ସଂପର୍କିତ ହୋଇଥିବାବେଳେ ୧ଟି ମାମଲା ଅନ୍ୟାନ୍ୟ କାରଣ ପାଇଁ ଅଟେ । ୨୭ ଜଣଙ୍କୁ ବିଭିନ୍ନ ଅଭିଯୋଗରେ ଗିରଫ କରାଯାଇଛି। ଗତକାଲି ମଧ୍ୟରାତ୍ରି ସୁଦ୍ଧା ଓଡ଼ିଶାରେ ୭,୬୫,୦୬୫ ଟି ନମୁନା କୋଭିଡ୍‌-୧୯ ପରୀକ୍ଷା କରାଯାଇଛି। ବର୍ତ୍ତମାନ ସୁଦ୍ଧା ସମୁଦାୟ ୫୨,୬୫୩ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ୩୭,୯୦୦ ଜଣ ରୋଗୀ ସଂପୂର୍ଣ୍ଣ ସୁସ୍ଥ ହୋଇଛନ୍ତି/ଡାକ୍ତରଖାନାରୁ ଫେରିଛନ୍ତି। ଆଜିର ସୁସ୍ଥ ସଂଖ୍ୟା-୧୪୨୨ ହୋଇଥିବାବେଳେ ୩୧୪ ଜଣ କୋଭିଡ୍‌-୧୯ ରୋଗୀଙ୍କର ମୃତୁ୍ୟ ହୋଇଛି। ସକ୍ରିୟ ଥିବା ସଂକ୍ରମିତଙ୍କ ସଂଖ୍ୟା ୧୪,୩୮୬ ରହିଛି। ୧୫,୮୦୮ ଜଣ ହସ୍‌ପିଟାଲ୍‌ ଆଇସୋଲେସନ୍‌ରେ ରହିଛନ୍ତି ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Comments are closed.