ରାଜ୍ୟରେ କୋଭିଡ୍‌-୧୯ ନିୟମ ଉଲ୍ଲଙ୍ଘନ, ୨୪ ଘଣ୍ଟାରେ ୫ ମାମଲା

ଭୁବନେଶ୍ବର: ରାଜ୍ୟରେ କୋଭିଡ୍‌-୧୯ ନିୟମ ଏବଂ ମାର୍ଗଦର୍ଶିକା ଉଲ୍ଲଙ୍ଘନ ଅଭିଯୋଗରେ ୨୪ ଘଣ୍ଟା ମଧ୍ୟରେ ୫ଟି ମାମଲା ଦାୟର କରାଯାଇଛି। କୋଭିଡ୍‌ ନିୟମ ଉଲ୍ଲଙ୍ଘନକାରୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ ପାଇଁ ପଦକ୍ଷେପ ନିଆଯାଇଛି।
ଗତକାଲି ମଧ୍ୟରାତ୍ରି ସୁଦ୍ଧା ଓଡ଼ିଶାରେ ୩୪,୮୨,୪୦୨ ଟି ନମୁନା କୋଭିଡ୍‌-୧୯ ପରୀକ୍ଷା କରାଯାଇଛି। ବର୍ତ୍ତମାନ ସୁଦ୍ଧା ସମୁଦାୟ ୨,୩୫,୩୩୦ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ୨,୦୨,୩୦୨ ଜଣ ରୋଗୀ ସଂପୂର୍ଣ୍ଣ ସୁସ୍ଥ ହୋଇଛନ୍ତି/ଡାକ୍ତରଖାନାରୁ ଫେରିଛନ୍ତି। ୯୨୪ ଜଣ କୋଭିଡ୍‌-୧୯ ରୋଗୀଙ୍କର ମୃତ୍ୟୁ ହୋଇଛି। ସକ୍ରିୟ ଥିବା ସଂକ୍ରମିତଙ୍କ ସଂଖ୍ୟା ୩୨,୦୫୧ ରହିଛି। ୩୨,୦୫୧ ଜଣ ହସ୍‌ପିଟାଲ୍‌ ଆଇସୋଲେସନ୍‌ରେ ରହିଛନ୍ତି ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Comments are closed.