କୋଭିଡ୍‌-୧୯ ନିୟମ ଉଲ୍ଲଙ୍ଘନ: ୨୪ଘଣ୍ଟାରେ ୭ ମାମଲା

ଭୁବନେଶ୍ବର: ରାଜ୍ୟରେ କୋଭିଡ୍‌-୧୯ ନିୟମ ଏବଂ ମାର୍ଗଦର୍ଶିକା ଉଲ୍ଲଙ୍ଘନ କରିଥିବା ଅଭିଯୋଗରେ ୨୪ ଘଣ୍ଟା ମଧ୍ୟରେ ୭ଟି ମାମଲା ଦାୟର କରାଯାଇଛି। କୋଭିଡ୍‌ ନୟିମ ଉଲ୍ଲଙ୍ଘନକାରୀଙ୍କ ବିରୋଧ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଗତକାଲି ମଧ୍ୟରାତ୍ରି ସୁଦ୍ଧା ଓଡ଼ିଶାରେ ୩୫,୬୯,୬୦୦ ଟି ନମୁନା କୋଭିଡ୍‌-୧୯ ପରୀକ୍ଷା କରାଯାଇଛି। ବର୍ତ୍ତମାନ ସୁଦ୍ଧା ସମୁଦାୟ ୨,୪୦,୯୯୮ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ୨,୧୦,୨୧୭ ଜଣ ରୋଗୀ ସଂପୂର୍ଣ୍ଣ ସୁସ୍ଥ ହୋଇଛନ୍ତି/ଡାକ୍ତରଖାନାରୁ ଫେରିଛନ୍ତି । ୯୫୮ ଜଣ କୋଭିଡ୍‌-୧୯ ରୋଗୀଙ୍କର ମୃତ୍ୟୁ ହୋଇଛି। ସକ୍ରିୟ ଥିବା ସଂକ୍ରମିତଙ୍କ ସଂଖ୍ୟା ୨୯,୭୭୦ ରହିଛି । ୨୯,୭୭୦ ଜଣ ହସ୍‌ପିଟାଲ୍‌ ଆଇସୋଲେସନ୍‌ରେ ରହିଛନ୍ତି ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Comments are closed.