କୋଭିଡ୍‌-୧୯ ନିୟମ ଉଲ୍ଲଙ୍ଘନ, ୨୪ ଘଣ୍ଟାରେ ୧୬ ମାମଲା

ଭୁବନେଶ୍ବର: ରାଜ୍ୟରେ କୋଭିଡ୍‌-୧୯ ନିୟମ ଏବଂ ମାର୍ଗଦର୍ଶିକା ଉଲ୍ଲଂଘନ କରିଥିବା ଅଭିଯୋଗରେ ୨୪ ଘଣ୍ଟା ମଧ୍ୟରେ ୧୬ଟି ମାମଲା ଦାୟର କରାଯାଇଛି। ଗତକାଲି ମଧ୍ୟରାତ୍ରି ସୁଦ୍ଧା ଓଡ଼ିଶାରେ ୪୦,୦୧,୦୬୫ ଟି ନମୁନା କୋଭିଡ୍‌-୧୯ ପରୀକ୍ଷା କରାଯାଇଛି। ବର୍ତ୍ତମାନ ସୁଦ୍ଧା ସମୁଦାୟ ୨,୬୬,୩୪୫ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ୨,୪୧,୩୮୫ ଜଣ ରୋଗୀ ସଂପୂର୍ଣ୍ଣ ସୁସ୍ଥ ହୋଇଛନ୍ତି/ଡାକ୍ତରଖାନାରୁ ଫେରିଛନ୍ତି। ୧୧୨୧ ଜଣ କୋଭିଡ୍‌-୧୯ ରୋଗୀଙ୍କର ମୃତ୍ୟୁ ହୋଇଛି। ସକ୍ରିୟ ଥିବା ସଂକ୍ରମିତଙ୍କ ସଂଖ୍ୟା ୨୩,୭୮୬ ରହିଛି। ୨୩,୭୮୬ ଜଣ ହସ୍‌ପିଟାଲ୍‌ ଆଇସୋଲେସନ୍‌ରେ ରହିଛନ୍ତି ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Comments are closed.