କୋଭିଡ୍‌-୧୯ ନିୟମ ଉଲ୍ଲଙ୍ଘନ: ୨୪ ଘଣ୍ଟାରେ ୧୧ ମାମଲା

ଭୁବନେଶ୍ବର: ରାଜ୍ୟରେ କୋଭିଡ୍‌-୧୯ ନିୟମ ଏବଂ ମାର୍ଗଦର୍ଶିକା ଉଲ୍ଲଂଘନ କରିଥିବା ଅଭିଯୋଗରେ ୨୪ ଘଣ୍ଟା ମଧ୍ୟରେ ୧୧ଟି ମାମଲା ଦାୟର କରାଯାଇଛି। ଯେଉଁମାନେ କୋଭିଡ୍‌-୧୯ ନିୟମ ଉଲ୍ଲଙ୍ଘନ କରିଛନ୍ତି ସେମାନଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ନେଇ ପଦକ୍ଷେପ ନିଆଯାଇଛି। ଗତକାଲି ମଧ୍ୟରାତ୍ରି ସୁଦ୍ଧା ଓଡ଼ିଶାରେ ୪୩,୮୫,୨୫୯ ଟି ନମୁନା କୋଭିଡ୍‌-୧୯ ପରୀକ୍ଷା କରାଯାଇଛି। ବର୍ତ୍ତମାନ ସୁଦ୍ଧା ସମୁଦାୟ ୨,୮୩,୯୪୨ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ୨,୬୬,୧୦୫ ଜଣ ରୋଗୀ ସଂପୂର୍ଣ୍ଣ ସୁସ୍ଥ ହୋଇଛନ୍ତି/ଡାକ୍ତରଖାନାରୁ ଫେରିଛନ୍ତି। ୧୨୭୨ ଜଣ କୋଭିଡ୍‌-୧୯ ରୋଗୀଙ୍କର ମୃତୁ୍ୟ ହୋଇଛି। ସକ୍ରିୟ ଥିବା ସଂକ୍ରମିତଙ୍କ ସଂଖ୍ୟା ୧୬,୫୧୨ ରହିଛି। ୧୬,୫୧୨ ଜଣ ହସ୍‌ପିଟାଲ୍‌ ଆଇସୋଲେସନ୍‌ରେ ରହିଛନ୍ତି ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Comments are closed.