କୋଭିଡ୍‌-୧୯ ନିୟମ ଉଲ୍ଲଙ୍ଘନ: ୨୪ ଘଣ୍ଟାରେ ୧୧ ମାମଲା, ୯୭ ଗିରଫ

ଭୁବନେଶ୍ବର: ରାଜ୍ୟରେ କୋଭିଡ୍‌-୧୯ ନିୟମ ଏବଂ ମାର୍ଗଦର୍ଶିକା ଉଲ୍ଲଙ୍ଘନ କରିଥିବା ଅଭିଯୋଗରେ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ପୁଲିସ ପକ୍ଷରୁ ୧୧ଟି ମାମଲା ଦାୟର କରାଯାଇଛି ଏବଂ୯୭ ଜଣ ବ୍ୟକ୍ତିଙ୍କୁ ଗିରଫ କରାଯାଇଛି। କୋଭିଡ୍‌-୧୯ ନିୟମ ଉଲ୍ଲଙ୍ଗନ ଅଭିଯୋଗରେ ୬୭୪ଟି ଗାଡ଼ି ଜବତ ହୋଇଛି ଏବଂ ୧୮,୪୮,୭୫୦ ଟଙ୍କା ଜରିମାନା ଆଦାୟ କରାଯାଇଛି।
ଗତକାଲି ମଧ୍ୟରାତ୍ରି ସୁଦ୍ଧା ଓଡ଼ିଶାରେ ୪୫,୦୮,୦୬୫ ଟି ନମୁନା କୋଭିଡ୍‌-୧୯ ପରୀକ୍ଷା କରାଯାଇଛି। ବର୍ତ୍ତମାନ ସୁଦ୍ଧା ସମୁଦାୟ ୨,୮୮,୬୪୬ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ୨,୭୨,୦୩୮ ଜଣ ରୋଗୀ ସଂପୂର୍ଣ୍ଣ ସୁସ୍ଥ ହୋଇଛନ୍ତି/ଡାକ୍ତରଖାନାରୁ ଫେରିଛନ୍ତି। ୧୩୦୮ ଜଣ କୋଭିଡ୍‌-୧୯ ରୋଗୀଙ୍କର ମୃତ୍ୟୁ ହୋଇଛି। ସକ୍ରିୟ ଥିବା ସଂକ୍ରମିତଙ୍କ ସଂଖ୍ୟା ୧୫,୨୪୭ ରହିଛି। ସେହିପରି ୧୫,୨୪୭ ଜଣ ହସ୍‌ପିଟାଲ୍‌ ଆଇସୋଲେସନ୍‌ରେ ରହିଛନ୍ତି ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Comments are closed.