କୋଭିଡ୍‌-୧୯ ନିୟମ ଉଲ୍ଲଙ୍ଘନ: ୨୪ ଘଣ୍ଟାରେ ୨୧ ଟି ମାମଲା, ୧୭ ଗିରଫ

ଭୁବନେଶ୍ୱର :ରାଜ୍ୟରେ କୋଭିଡ୍‌-୧୯ ନିୟମ ଏବଂ ମାର୍ଗଦର୍ଶିକା ଉଲ୍ଲଙ୍ଘନ କରିଥିବା ଅଭିଯୋଗରେ ୨୪ ଘଣ୍ଟା ମଧ୍ୟରେ ୨୧ ଟି ମାମଲା ଦାୟର କରାଯାଇଛି । ଏଥି ମଧ୍ୟରୁ ୧୭ ଟି ମାମଲା ଲକ୍‌ ଡାଉନ୍‌ ସଂପର୍କିତ ହୋଇଥିବାବେଳେ ୧ଟି ମାମଲା ହୋମ୍‌ କ୍ୱାରାଣ୍ଟାଇନ୍‌ ଉଲ୍ଲଙ୍ଘନ ଏବଂ ୩ଟି ମାମଲା ଅନ୍ୟ କାରଣ ପାଇଁ ଅଟେ । ୧୭ ଜଣଙ୍କୁ ବିଭିନ୍ନ ଅଭିଯୋଗରେ ଗିରଫ କରାଯାଇଛି ।
ଗତକାଲି ମଧ୍ୟରାତ୍ରି ସୁଦ୍ଧା ଓଡ଼ିଶାରେ ୫,୦୦,୨୩୮ ଟି ନମୁନା କୋଭିଡ୍‌-୧୯ ପରୀକ୍ଷା କରାଯାଇଛି । ବର୍ତ୍ତମାନ ସୁଦ୍ଧା ସମୁଦାୟ ୩୦,୩୭୮ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ୧୯,୭୪୫ ଜଣ ରୋଗୀ ସଂପୂର୍ଣ୍ଣ ସୁସ୍ଥ ହୋଇଛନ୍ତି/ଡାକ୍ତରଖାନାରୁ ଫେରିଛନ୍ତି । ଆଜିର ସୁସ୍ଥ ସଂଖ୍ୟା-୮୦୭। ୧୬୯ ଜଣ କୋଭିଡ୍‌-୧୯ ରୋଗୀଙ୍କର ମୃତୁ୍ୟ ହୋଇଛି । ସକି୍ରୟ ଥିବା ସଂକ୍ରମିତଙ୍କ ସଂଖ୍ୟା ୧୦,୪୨୮ ରହିଛି । ୧୧,୨୩୮ ଜଣ ହସ୍‌ପିଟାଲ୍‌ ଆଇସୋଲେସନ୍‌ରେ ରହିଛନ୍ତି ।

Comments are closed.