କୋଭିଡ୍‌-୧୯ ନିୟମ ଉଲ୍ଲଙ୍ଘନ: ୨୪ ଘଣ୍ଟାରେ ୫ମାମଲା, ୨୧ ଗିରଫ

ଭୁବନେଶ୍ୱର: ରାଜ୍ୟରେ କୋଭିଡ୍‌-୧୯ ନିୟମ ଏବଂ ମାର୍ଗଦର୍ଶିକା ଉଲ୍ଲଙ୍ଘନ କରିଥିବା ଅଭିଯୋଗରେ ୨୪ ଘଣ୍ଟା ମଧ୍ୟରେ ୫ଟି ମାମଲା ଦାୟର କରାଯାଇଛି । ଏହି ସମସ୍ତ ମାମଲା ମାମଲା ଲକ୍‌ ଡାଉନ୍‌ ସଂପର୍କିତ ଅଟେ । ୨୧ ଜଣଙ୍କୁ ବିଭିନ୍ନ ଅଭିଯୋଗରେ ଗିରଫ କରାଯାଇଛି । ଗତକାଲି ମଧ୍ୟରାତ୍ରି ସୁଦ୍ଧା ଓଡ଼ିଶାରେ ୬,୦୦,୫୯୧ ଟି ନମୁନା କୋଭିଡ୍‌-୧୯ ପରୀକ୍ଷା କରାଯାଇଛି । ବର୍ତ୍ତମାନ ସୁଦ୍ଧା ସମୁଦାୟ ୪୦,୭୧୭ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି ୨୫,୭୩୭ ଜଣ ରୋଗୀ ସଂପୂର୍ଣ୍ଣ ସୁସ୍ଥ ହୋଇଛନ୍ତି/ଡାକ୍ତରଖାନାରୁ ଫେରିଛନ୍ତି । ୨୩୫ ଜଣ କୋଭିଡ୍‌-୧୯ ରୋଗୀଙ୍କର ମୃତ୍ୟୁ ହୋଇଛି । ସକ୍ରିୟ ଥିବା ସଂକ୍ରମିତଙ୍କ ସଂଖ୍ୟା ୧୪,୭୦୦ ରହିଛି । ୧୪,୭୦୦ ଜଣ ହସ୍‌ପିଟାଲ୍‌ ଆଇସୋଲେସନ୍‌ରେ ରହିଛନ୍ତି ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Comments are closed.