କୋଭିଡ୍‌ ୧୯ ନିୟମ ଉଲ୍ଲଙ୍ଘନ: ୨୪ ଘଣ୍ଟାରେ ୧୦ ମାମଲା, ୨୧ ଗିରଫ

ଭୁବନେଶ୍ବର: ରାଜ୍ୟରେ କୋଭିଡ୍‌-୧୯ ନିୟମ ଏବଂ ମାର୍ଗଦର୍ଶିକା ଉଲ୍ଲଙ୍ଘନ କରିଥିବା ଅଭିଯୋଗରେ ୨୪ ଘଣ୍ଟା ମଧ୍ୟରେ ୧୦ ଟି ମାମଲା ଦାୟର କରାଯାଇଛି। ଏଥି ମଧ୍ୟରୁ ୯ଟି ମାମଲା ଲକ୍‌ ଡାଉନ୍‌ ସଂପର୍କିତ ହୋଇଥିବାବେଳେ ୧ ଟି ମାମଲା ଅନ୍ୟ କାରଣ ପାଇଁ ଅଟେ। ୨୧ ଜଣଙ୍କୁ ବିଭିନ୍ନ ଅଭିଯୋଗରେ ଗିରଫ କରାଯାଇଛି। ଗତକାଲି ମଧ୍ୟରାତ୍ରି ସୁଦ୍ଧା ଓଡ଼ିଶାରେ ୬,୩୪,୦୯୦ ଟି ନମୁନା କୋଭିଡ୍‌-୧୯ ପରୀକ୍ଷା କରାଯାଇଛି। ବର୍ତ୍ତମାନ ସୁଦ୍ଧା ସମୁଦାୟ ୪୪,୧୯୩ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ୩୦,୨୪୧ ଜଣ ରୋଗୀ ସଂପୂର୍ଣ୍ଣ ସୁସ୍ଥ ହୋଇଛନ୍ତି/ଡାକ୍ତରଖାନାରୁ ଫେରିଛନ୍ତି । ଆଜିର ସୁସ୍ଥ ସଂଖ୍ୟା-୧୫୪୪ ରହିଥିବାବେଳେ ୨୫୯ ଜଣ କୋଭିଡ୍‌-୧୯ ରୋଗୀଙ୍କର ମୃତ୍ୟୁ ହୋଇଛି। ସକ୍ରିୟ ଥିବା ସଂକ୍ରମିତଙ୍କ ସଂଖ୍ୟା ୧୩,୬୪୫ ରହିଛି। ୧୫,୧୮୯ ଜଣ ହସ୍‌ପିଟାଲ୍‌ ଆଇସୋଲେସନ୍‌ରେ ରହିଛନ୍ତି ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Comments are closed.