ଭୁବନେଶ୍ବର ମହାନଗର ନିଗମ ଅଞ୍ଚଳରୁ ଆଜି ୧୧୦୯ କରୋନା ଆକ୍ରାନ୍ତ ଚିହ୍ନଟ, ସୁସ୍ଥ ହେଲେ ୧୦୭୭

ଭୁବନେଶ୍ବର: ଆଜି ଭୁବନେଶ୍ବର ମହାନଗର ନିଗମ ଅଞ୍ଚଳ(ବିଏମ୍‌ସି)ରେ ୧୧୦୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ବାରେଣ୍ଟାଇନ୍‌ କେସ ୧୭୪ ଏବଂ ଲୋକାଲ କଣ୍ଟାକ୍ଟ କେସ ୯୩୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜି ସୁଦ୍ଧା ଚିହ୍ନଟ ହୋଇଥିବା କରୋନା ଆକ୍ରାନ୍ତଙ୍କୁ ମିଶାଇ ବିଏମ୍‌ସି ଅଞ୍ଚଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫୮୧୭୫କୁ ବୃଦ୍ଧି ପାଇଛି। ସେଥିମଧ୍ୟରୁ ୪୬୬୫୮ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୧୨୦୯ଜଣ ବିଭିନ୍ନ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି। ଆଜି ସୁଦ୍ଧା ବିଏମ୍‌ସି ଅଞ୍ଚଳରେ ୨୮୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆଜି ନୟାପଲ୍ଲୀରୁ ସର୍ବାଧିକ ୪୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଡୁମୁଡୁମା ୩୫, ଖଣ୍ଡଗିରି ୨୯, ଚନ୍ଦ୍ରଶେଖରପୁର ୨୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ବିଏମ୍‌ସି ପକ୍ଷରୁ ଟ୍ବିଟ୍‌ କରି ସୂଚନା ଦିଆଯାଇଛି। ସେହିପରି ଭୁବନେଶ୍ବରରୁ ଆଜି ୧୦୭୭ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ଜଣାପଡ଼ିଛି।

Comments are closed.