ଆଜି ଭୁବନେଶ୍ବର ମହାନଗର ନିଗମ ଅଞ୍ଚଳରେ ପୁଣି ୧୦୪୮ କରୋନା ଆକ୍ରାନ୍ତ ଚିହ୍ନଟ, ସୁସ୍ଥ ହେଲେ ୮୪୮

ଭୁବନେଶ୍ବର: ଆଜି ଭୁବନେଶ୍ବର ମହାନଗର ନିଗମ(ବିଏମ୍‌ସି) ଅଞ୍ଚଳରେ ପୁଣି ୧୦୪୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜି ଚିହ୍ନଟ ହୋଇଥିବା କରୋନା ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟାଇନ୍‌ କେସ୍‌ ୧୫୧ ଏବଂ ଲୋକାଲ୍‌ କଣ୍ଟାକ୍ଟ କେସ୍ ୮୯୭ ଚିହ୍ନଟ ହୋଇଛି। ଅାଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବର ମହାନଗର ନିଗମ ଅଞ୍ଚଳରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୧୪୯୬କୁ ବୃଦ୍ଧି ପାଇଛି। ସେଥିମଧ୍ୟରୁ ୪୧୧୩୬ଜଣ ସୁସ୍ଥ ହୋଇଥିବାବେଳେ ଭୁବନେଶ୍ବରର ବିଭିନ୍ନ ହସ୍‌ପିଟାଲ୍‌ରେ ୧୦୦୬୦ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି। ଆଜି ସୁଦ୍ଧା ଭୁବନେଶ୍ବରରେ ୨୭୯ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ବୋଲି ବିଏମ୍‌ସି ପକ୍ଷରୁ ଟ୍ବିଟ୍‌ କରି ସୂଚନା ଦିଆଯାଇଛି।

Comments are closed.