ଆଜି ଭୁବନେଶ୍ବରରେ ୧୩୫୩ କରୋନା ଆକ୍ରାନ୍ତ ଚିହ୍ନଟ, ସୁସ୍ଥ ହେଲେ ୯୩୮

ଭୁବନେଶ୍ବର: ଆଜି ଭୁବନେଶ୍ବର ମହାନଗର ନିଗମ(ବିଏମ୍‌ସି) ଅଞ୍ଚଳରେ ୧୩୫୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ବାରେଣ୍ଟାଇନ୍‌ କେସ ୨୧୮ ଓ ଲୋକାଲ୍‌ କଣ୍ଟାକ୍ଟ କେସ ୧୧୩୫ ଚିହ୍ନଟ ହୋଇଛନ୍ତି। ଆଜି ସୁଦ୍ଧା ଭୁବନେଶ୍ବରରେ ୬୧୬୩୪ ଚିହ୍ନଟ ହୋଇଥିବାବେଳେ ସେଥିମଧ୍ୟରୁ ୪୯୨୨୪ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୨୯୦୬ଜଣ ବିଭିନ୍ନ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି। ଆଜି ସୁଦ୍ଧା ଭୁବନେଶ୍ବରରେ ୨୯୩ଜଣଙ୍କ ମୃତ୍ୟୁ ହୋଇଛି ବୋଲି ବିଏମ୍‌ସି ପକ୍ଷରୁ ଟ୍ବିଟ୍‌ ଯୋଗେ ସୂଚନା ଦିଆଯାଇଛି।

Comments are closed.