ଆଜି ଭୁବନେଶ୍ବର ମହାନଗର ନିଗମ ଅଞ୍ଚଳରେ ୧୦୯୩ କରୋନା ଆକ୍ରାନ୍ତ ଚିହ୍ନଟ, ସୁସ୍ଥ ହେଲେ ୫୦୯

ଭୁବନେଶ୍ବର: ଆଜି ଭୁବନେଶ୍ବର ମହାନଗର ନିଗମ ଅଞ୍ଚଳରେ ୧୦୯୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ବାରେଣ୍ଟାଇନ୍‌ କେସ ୧୨୧ ହୋଇଥିବାବେଳେ ଲୋକାଲ୍‌ କଣ୍ଟାକ୍ଟ କେସ ୯୭୨ଜଣ ଚିହ୍ନଟ ହୋଇଛନ୍ତି। ଆଜି ଭୁବନେଶ୍ବରରୁ ଚିହ୍ନଟ ହୋଇଥିବା କରୋନା ଆକ୍ରାନ୍ତଙ୍କୁ ମିଶାଇ ରାଜଧାନୀରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୫୫୦୮କୁ ବୃଦ୍ଧି ପାଇଛି। ସେଥିମଧ୍ୟରୁ ୩୭୦୫୪ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୧୬୮ଜଣ ବିଭିନ୍ନ ହସ୍‌ପିଟାଲ୍‌ରେ ଚିକିତ୍ସିତ ହେଉଛନ୍ତି। ଆଜି ସୁଦ୍ଧା ଭୁବନେଶ୍ବରରେ କରୋନା ଆକ୍ରାନ୍ତ ହୋଇ ୨୬୫ଜଣଙ୍କ ମୃତ୍ୟୁ ହୋଇଛି। ଆଜି ଭୁବନେଶ୍ବରରେ ୫୦୯ଜଣ ସୁସ୍ଥ ହୋଇଛନ୍ତି ବୋଲି ଭୁବନେଶ୍ବର ମହାନଗର ନିଗମ ପକ୍ଷରୁ ଟ୍ବିଟ୍‌ ଯୋଗେ ସୂଚନା ଦିଆଯାଇଛି।

Comments are closed.