ଆଜି ଭୁବନେଶ୍ବର ମହାନଗର ନିଗମ ଅଞ୍ଚଳରେ ୧୦୮୪ କରୋନା ଆକ୍ରାନ୍ତ ଚିହ୍ନଟ, ସୁସ୍ଥ ହେଲେ ୯୦୬

ଭୁବନେଶ୍ବର: ଆଜି ଭୁବନେଶ୍ବର ମହାନଗର ନିଗମ(ବିଏମ୍‌ସି) ଅଞ୍ଚଳରେ ପୁଣି ୧୦୮୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ବାରେଣ୍ଟାଇନ୍‌ କେସ୍‌ ୨୧୩ ଏବଂ ଲୋକାଲ୍‌ କଣ୍ଟାକ୍ଟ କେସ୍ ୮୭୧ଜଣ ଚିହ୍ନଟ ହୋଇଛନ୍ତି। ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୩୬୧୪କୁ ବୃଦ୍ଧି ପାଇଛି। ସେଥିମଧ୍ୟରୁ ୪୩୦୬୧ଜଣ ସୁସ୍ଥ ହୋଇଥିବାବେଳେ ୧୦୨୫୨ଜଣ ବିଭିନ୍ନ ହସ୍‌ପିଟାଲ୍‌ରେ ଚିକିତ୍ସିତ ହେଉଛନ୍ତି। ଆଜି ସୁଦ୍ଧା ଭୁବନେଶ୍ବରରେ ୨୮୦ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଆଜି ଚିହ୍ନଟ ହୋଇଥିବା କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ପୁରୁଣା ଭୁବନେଶ୍ବରରୁ ସର୍ବାଧିକ ୪୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଡୁମୁଡୁମା ୩୩, ବରମୁଣ୍ଡା ୩୨, ଝାରପଡ଼ା ୩୧, ଲକ୍ଷ୍ମୀସାଗର ୨୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ବିଏମ୍‌ସି ପକ୍ଷରୁ ଟ୍ବିଟ୍‌ କରି ସୂଚନା ଦିଆଯାଇଛି।

Comments are closed.