ଆଜି ଭୁବନେଶ୍ବର ମହାନଗର ନିଗମ ଅଞ୍ଚଳରେ ୧୧୯୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ, ସୁସ୍ଥ ହେଲେ ୮୫୮

ଭୁବନେଶ୍ବର: ଆଜି ଭୁନେଶ୍ବର ମହାନଗର ନିଗମ ଅଞ୍ଚଳ(ବିଏମ୍‌ସି)ରୁ ୧୧୯୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ବାରେଣ୍ଟାଇନ୍‌ କେସ୍‌ ୧୯୪ ଏବଂ ଲୋକାଲ୍‌ କଣ୍ଟାକ୍ଟ କେସ୍‌ ୧୦୦୨ଜଣ ଚିହ୍ନଟ ହୋଇଛନ୍ତି। ଆଜି ଚିହ୍ନଟ ହୋଇଥିବା କରୋନା ଆକ୍ରାନ୍ତଙ୍କୁ ମିଶାଇ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୫୭୭୨କୁ ବୃଦ୍ଧି ପାଇଛି। ସେଥିମଧ୍ୟରୁ ୪୪୭୭୮ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୦୬୮୯ଜଣ ବିଭିନ୍ନ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି। ଆଜି ସୁଦ୍ଧା ଭୁବନେଶ୍ବରରେ ୨୮୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ବୋଲି ବିଏମ୍‌ସି ପକ୍ଷରୁ ଟ୍ବିଟ୍‌ ଯୋଗେ ସୂଚନା ଦିଆଯାଇଛି।

Comments are closed.