ଆଜି ଭୁବନେଶ୍ବରରେ ୧୧୮୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ, ସୁସ୍ଥ ହେଲେ ୧୦୪୧

ଭୁବନେଶ୍ବର: ଆଜି ଭୁବନେଶ୍ବର ମହାନଗର ନିଗମ(ବିଏମ୍‌ସି) ଅଞ୍ଚଳରେ ୧୧୮୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ବାରେଣ୍ଟାଇନ କେସ ୧୪୨ ଏବଂ ଲୋକାଲ କଣ୍ଟାକ୍ଟ କେସ ୧୦୪୪ ଚିହ୍ନଟ ହୋଇଛନ୍ତି। ଆଜି ସୁଦ୍ଧା ଭୁବନେଶ୍ବରରେ ୬୬୮୮୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ସେଥିମଧ୍ୟରୁ ୫୩୮୮୦ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୨୬୭୨ଜଣ ବିଭିନ୍ନ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି। ଆଜି ସୁଦ୍ଧା ଭୁବନେଶ୍ବରରେ ୩୦୭ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ସେହିପରି ଆଜି ଭୁବନେଶ୍ବରରେ ୧୦୪୧ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ବୋଲି ବିଏମ୍‌ସି ପକ୍ଷରୁ ଟ୍ବିଟ୍‌ ଯୋାଗେ ସୂଚନା ଦିଆଯାଇଛି।

Comments are closed.