କୋଭିଡ୍-ନିୟମ ଉଲ୍ଲଙ୍ଘନ: ୨୪ ଘଣ୍ଟାରେ ୩ ମାମଲା, ୮ ଗିରଫ

ଭୁବନେଶ୍ବର: ରାଜ୍ୟରେ କୋଭିଡ୍‌-୧୯ ନିୟମ ଏବଂ ମାର୍ଗଦର୍ଶିକା ଉଲ୍ଲଙ୍ଘନ କରିଥିବା ଅଭିଯୋଗରେ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ପୁଲିସ ପକ୍ଷରୁ ୩ଟି ମାମଲା ଦାୟର କରାଯାଇଛି। ସେହିପରି କୋଭିଡ୍-୧୯ ନିୟମ ଉଲ୍ଲଙ୍ଘନ ଅଭିଯୋଗରେ ୮ ଜଣ ବ୍ୟକ୍ତିଙ୍କୁ ଗିରଫ କରାଯାଇଥିବାବେଳେ ୬୨୮ଟି ଗାଡ଼ି ଜବତ ହୋଇଛି ଏବଂ ୧୮,୩୧,୮୦୦ ଟଙ୍କା ଜରିମାନା ଆଦାୟ କରାଯାଇଛି ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଗତକାଲି ମଧ୍ୟରାତ୍ରି ସୁଦ୍ଧା ଓଡ଼ିଶାରେ ୫୭,୩୨,୫୯୦ ଟି ନମୁନା କୋଭିଡ୍‌-୧୯ ପରୀକ୍ଷା କରାଯାଇଛି। ବର୍ତ୍ତମାନ ସୁଦ୍ଧା ସମୁଦାୟ ୩,୧୬,୬୪୫ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ୩,୦୮,୧୦୨ ଜଣ ରୋଗୀ ସଂପୂର୍ଣ୍ଣ ସୁସ୍ଥ ହୋଇଛନ୍ତି/ଡାକ୍ତରଖାନାରୁ ଫେରିଛନ୍ତି। ୧୭୦୪ ଜଣ କୋଭିଡ୍‌-୧୯ ରୋଗୀଙ୍କର ମୃତ୍ୟୁ ହୋଇଛି। ସକ୍ରିୟ ଥିବା ସଂକ୍ରମିତଙ୍କ ସଂଖ୍ୟା ୬,୭୮୬ ରହିଛି। ୬,୭୮୬ ଜଣ ହସ୍‌ପିଟାଲ୍‌ ଆଇସୋଲେସନ୍‌ରେ ରହିଛନ୍ତି ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Comments are closed.