କୋଭିଡ୍-୧୯ ନିୟମ ଉଲ୍ଲଙ୍ଘନ: ୨୪ ଘଣ୍ଟାରେ ୩ ମାମଲା, ୨୪ ଗିରଫ

ଭୁବନେଶ୍ବର: ରାଜ୍ୟରେ କୋଭିଡ୍‌-୧୯ ନିୟମ ଏବଂ ମାର୍ଗଦର୍ଶିକା ଉଲ୍ଲଂଘନ କରିଥିବା ଅଭିଯୋଗରେ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ପୋଲିସ ପକ୍ଷରୁ ୩ଟି ମାମଲା ଦାଏର କରାଯାଇଥିବାବେଳେ ୨୪ ଜଣ ବ୍ୟକ୍ତିଙ୍କୁ ଗିରଫ କରାଯାଇଛି। ସେହିପରି କୋଭିଡ୍‌-୧୯ ନିୟମ ଉଲ୍ଲଙ୍ଘନ ଅଭିଯୋଗରେ ୬୫୯ ଟି ଗାଡ଼ି ଜବତ ହୋଇଛି ଏବଂ ୨୨,୪୨,୫୫୦ ଟଙ୍କା ଜରିମାନା ଆଦାୟ କରାଯାଇଛି ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଗତକାଲି ମଧ୍ୟରାତ୍ରି ସୁଦ୍ଧା ଓଡ଼ିଶାରେ ୬୧,୮୧,୯୯୨ ଟି ନମୁନା କୋଭିଡ୍‌-୧୯ ପରୀକ୍ଷା କରାଯାଇଛି। ବର୍ତ୍ତମାନ ସୁଦ୍ଧା ସମୁଦାୟ ୩,୨୧,୫୬୪ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ୩,୧୫,୮୪୦ ଜଣ ରୋଗୀ ସଂପୂର୍ଣ୍ଣ ସୁସ୍ଥ ହୋଇଛନ୍ତି/ଡାକ୍ତରଖାନାରୁ ଫେରିଛନ୍ତି। ୧୭୭୮ ଜଣ କୋଭିଡ୍‌-୧୯ ରୋଗୀଙ୍କର ମୃତ୍ୟୁ ହୋଇଛି। ସକ୍ରିୟ ଥିବା ସଂକ୍ରମିତଙ୍କ ସଂଖ୍ୟା ୩,୮୯୩ ରହିଛି। ୩,୮୯୩ ଜଣ ହସ୍‌ପିଟାଲ୍‌ ଆଇସୋଲେସନ୍‌ରେ ରହିଛନ୍ତି ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Comments
Loading...